ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି
ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା […] The post ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି appeared first on Dharitri Odia News.
ଭୁବନେଶ୍ୱର,୪ା୧୦ (ଅନୁରାଧା ମହାରଣା) ମୌସୁମୀ ଅପସାରଣ ପ୍ରକିୟା ଜାରି ରହିଥିବାରୁ ବାୟୁରେ ଆର୍ଦ୍ରତା ବଢ଼ୁଛି। ଏହା ପ୍ରଭାବରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳକୁ ଅଗ୍ରସର ହେବା ଫଳରେ ରାଜ୍ୟରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଶନିବାର ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ୍, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟ ଶୁଖିଲା ରହିବ। ୯ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଏଭଳି ପାଗରେ ବିଶେଷ ପରିବର୍ତ୍ତନ ନ ହୋଇପାରେ।
The post ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ କମିବ ଗୁଳୁଗୁଳି appeared first on Dharitri Odia News.