ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି,୧୧ା୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ରବିବାର ରାତିରେ ନିଆଁ ଲାଗିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଉଛନ୍ତି। ଅଗ୍ନିକାଣ୍ଡରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ପଲିଥିନ ଓ ଅନେକ ଆସବାବପତ୍ର ପୋଡି ପାଉଁଶ ହୋଇଛି। ନିଆଁ କିଭଳି ଲାଗିଲା ତାହା ଜଣାପଡି ନ ଥିଲେ ମଧ୍ୟ ବିଦ୍ୟୁତ୍‌ ଶଟସର୍କିଟ ହୋଇଥିବା ସନ୍ଦେହ କରାଯାଉଛି। ତେବେ ତଦନ୍ତ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୌର ଅଧ୍ୟକ୍ଷା ନିର୍ମଳା ସେଠି ସୂଚନା ଦେଇଛନ୍ତି। The post ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ appeared first on Dharitri Odia News.

ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି,୧୧ା୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ରବିବାର ରାତିରେ ନିଆଁ ଲାଗିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଉଛନ୍ତି। ଅଗ୍ନିକାଣ୍ଡରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ପଲିଥିନ ଓ ଅନେକ ଆସବାବପତ୍ର ପୋଡି ପାଉଁଶ ହୋଇଛି। ନିଆଁ କିଭଳି ଲାଗିଲା ତାହା ଜଣାପଡି ନ ଥିଲେ ମଧ୍ୟ ବିଦ୍ୟୁତ୍‌ ଶଟସର୍କିଟ ହୋଇଥିବା ସନ୍ଦେହ କରାଯାଉଛି। ତେବେ ତଦନ୍ତ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୌର ଅଧ୍ୟକ୍ଷା ନିର୍ମଳା ସେଠି ସୂଚନା ଦେଇଛନ୍ତି।

The post ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ appeared first on Dharitri Odia News.