ମୟୂରଭଞ୍ଜକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି

ବାଙ୍ଗରିପୋଷି-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ଓ ବାଦାମପାହାଡ-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

ମୟୂରଭଞ୍ଜକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି

ମୟୂରଭଞ୍ଜ ଜିଲ୍ଲାକୁ ରେଳ ପ୍ରକଳ୍ପ ଭେଟି ଦେଲେ ରାଷ୍ଟ୍ରପତି। ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ନୂଆ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାଙ୍ଗରିପୋଷି-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ଓ ବାଦାମପାହାଡ-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

ଏହି ରେଳ ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ। ଏଥିସହ ଆଭାସି ଜରିଆରେ ରାଇରଙ୍ଗପୁର ସହରରେ ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି। ଜନଜାତି ଅନୁସନ୍ଧାନ ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଏବଂ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନକୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏସବୁ କାର୍ଯ୍ୟକ୍ରମ ସହ ୫ ଦିନିଆ ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ରାଷ୍ଟ୍ରପତି।