ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ
ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଛି ଏହି ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ଭୋର ପ୍ରାୟ ୩ଟା ସମୟରେ ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ […] The post ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ appeared first on Dharitri Odia News.
ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଛି ଏହି ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଗୁରୁବାର ଭୋର ପ୍ରାୟ ୩ଟା ସମୟରେ ଯାତ୍ରୀବାହୀ ବସଟି ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା। ବରୁଣଗଡିଆ ନିକଟରେ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଏହି ବସଟି ପଛରୁ ଧକ୍କା ଦେଇଥିଲା। ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶର ହସ୍ପିଟାଲରେ ଭର୍ତ୍ତି କରିଛି। ତେବେ ବସ୍ରେ ପ୍ରାୟ ୬୦ ଜଣ ଯାତ୍ରୀଥିବା କୁହାଯାଉଛି। ତେବେ କାହାର ମୃତ୍ୟୁ ହୋଇଥିବା ନେଇ ଏବେପର୍ଯ୍ୟନ୍ତ କୌଣସି ଖବର ମିଳିନାହିଁ।
The post ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ appeared first on Dharitri Odia News.