ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ
ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଦୁଷ୍ମନ୍ତ କୁମାର ପ୍ରଧାନ ସଦଳବଳେ ଗାଁରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ନଂ.୧୧/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। […] The post ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ appeared first on Dharitri Odia News.
ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଦୁଷ୍ମନ୍ତ କୁମାର ପ୍ରଧାନ ସଦଳବଳେ ଗାଁରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ନଂ.୧୧/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।
ଚିତ୍ରସେନ ବିବାହିତ। ତାଙ୍କ ୨ ଟି ସନ୍ତାନ ରହିଛି। ସ୍ତ୍ରୀ କିଛିଦିନ ହେଲା ଚିତ୍ରସେନଙ୍କ ଠାରୁ ଅଲଗା ହୋଇ ରହୁଥିଲେ। ସ୍ତ୍ରୀ ସହ ବିବାଦ କାରଣରୁ ଚିତ୍ରସେନ ମାନସିକ ଭାରସାମ୍ୟ ହରାଇ ଗାଁ ନିକଟ ଜଙ୍ଗଲରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିବାବେଳେ ତାଙ୍କୁ କିଛିବ୍ୟକ୍ତି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ତାଙ୍କୁ ଗଛରେ ଓହଳାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।
The post ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ appeared first on Dharitri Odia News.