ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ କରି ପୋଡିଦେଲେ ବାଇକ୍

ବ୍ରହ୍ମପୁର ୧୬।୩: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ରାଳବ ଗାଁରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ସଙ୍ଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣରେ ବି.ସନ୍ତୋଷ ପାତ୍ର ନାମକ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହାସହ ତାଙ୍କ ବାଇକ୍‌ ମଧ୍ୟ ପୋଡି ଦେଇଛନ୍ତି । ଏହି ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ୬ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବ୍ରହ୍ମପୁର ଏସ.ପି. ଡ଼. ସର୍ବଣ ବିବେକ ଏମ୍ କହିଛନ୍ତି । 