ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ
ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ସମ୍ବଲପୁର, ବ୍ରହ୍ମପୁର, କଟକ ଏବଂ ଅନୁଗୁଳରେ ଘଟିଛି ହତ୍ୟାକାଣ୍ଡ। ଭୁବନେଶ୍ବର ଶାନ୍ତିପଲ୍ଲୀ ବସ୍ତିରେ ସାମାନ୍ୟ କଥା କଟାକଟିରୁ ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀଙ୍କୁ ଛୁରି ଭୁସି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ସେହିପରି […] The post ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ appeared first on Dharitri Odia News.
ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ସମ୍ବଲପୁର, ବ୍ରହ୍ମପୁର, କଟକ ଏବଂ ଅନୁଗୁଳରେ ଘଟିଛି ହତ୍ୟାକାଣ୍ଡ। ଭୁବନେଶ୍ବର ଶାନ୍ତିପଲ୍ଲୀ ବସ୍ତିରେ ସାମାନ୍ୟ କଥା କଟାକଟିରୁ ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀଙ୍କୁ ଛୁରି ଭୁସି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।
ସେହିପରି ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ କଲୋନୀର ଆଦିତ୍ୟ ସାଲେମା(୧୮)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାହୁଲଙ୍କୁ ଗିରଫ କରି ତନାଘନା ଆରମ୍ଭ କରିଛି।
ଅନ୍ୟପକ୍ଷେ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର )ଟି. ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି। ଜଣେ ଯୁବକ ତାଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ପୋଳିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚନ୍ଦନ କୁମାର ସାବତ ଓରଫ ପପୁନ(୩୨)।
ସେହିପରି ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ମଧ୍ୟ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୭୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ପୋଳିସ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।
ଭାଇଚାରାର ସହର କଟକ ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ଘଟିଛି ଏକ ଅଭାବନୀୟ ଘଟଣା। ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ସାମାନ୍ୟ ପାଟିତୁଣ୍ଡରୁ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଜଗତସିଂହପୁର ଅଞ୍ଚଳର ବୋଲି ପୋଲିସ କହିଛି। ଗୁଳିମାଡ଼ କରିଥିବା କେନ୍ଦ୍ରାପଡ଼ାର ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିବା ସହ ତାଙ୍କଠାରୁ ଏକ ବନ୍ଧୁକ ଜବତ କରାଯାଇଛି। ପୋଲିସ ସାଇଣ୍ଟିଫିକ ଟିମ୍ ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।
The post ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ appeared first on Dharitri Odia News.