ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି। ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ […] The post ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।

ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।

The post ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.