ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ। ଓଡ଼ିଶା ଉପରେ ବହୁତ ଅତ୍ୟାଚାର ହେଲାଣି। ଆଉ ଅତ୍ୟାଚାର ସହିବାନି, ଭାଜପାକୁ ଶାସନକୁ ଆଣିବା। ନଡ୍ଡା ଆହୁରି କହିଛନ୍ତି, ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି। ୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ ଧାରା ଆଣିଛନ୍ତି। ଆଜି […] The post ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା appeared first on Dharitri Odia News.

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ। ଓଡ଼ିଶା ଉପରେ ବହୁତ ଅତ୍ୟାଚାର ହେଲାଣି। ଆଉ ଅତ୍ୟାଚାର ସହିବାନି, ଭାଜପାକୁ ଶାସନକୁ ଆଣିବା।

ନଡ୍ଡା ଆହୁରି କହିଛନ୍ତି, ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି। ୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ ଧାରା ଆଣିଛନ୍ତି। ଆଜି ୨୦୨୪ରେ ଲୋକେ ବିକଶିତ ଭାରତର ସ୍ବପ୍ନ ଦେଖୁଛନ୍ତି। ରାଜନୀତିରେ କାମ କରିବାର ତରିକା ମୋଦି ବଦଳାଇଛନ୍ତି।

୧୦ ବର୍ଷ ତଳେ ନେତା ତୁଷ୍ଟୀକରଣର ରାଜନୀତି କରୁଥିଲେ। ଜାତି, ଧର୍ମର ଲଢ଼େଇ କରି ଭୋଟବ୍ୟାଙ୍କର ରାଜନୀତି କରୁଥିଲେ। ମୋଦି ଆସିବା ପରେ ଜାତି ରାଜନୀତିକୁ ଧକ୍କା ଦେଇ ବିକାଶ ଚାଲିଲା। ଆଜି ରାଜନୀତିର ପରିଭାଷା ମୋଦି ବଦଳାଇ ଦେଇଛନ୍ତି। ମୋଦି ଯାହା କହିଥିଲେ ତାହା କରିଛନ୍ତି, ଯାହା ନ କହିଥିଲେ ତାହା ବି କରିଛନ୍ତି।

 

The post ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା appeared first on Dharitri Odia News.