ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଛି ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ […] The post ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ appeared first on Dharitri Odia News.

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି।

ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଛି ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି ବୋଲି ଜଷ୍ଟିସ ରଥ ସୂଚନା ଦେଇଥିଲେ। ତେବେ ସୂଚନାନୁସାରେ ଗଜପତି ପୁରୀରେ ପହଞ୍ଚି ସାରିଛନ୍ତି। ଆଉ କିଛି ସମୟ ପରେ ସେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରିବେ।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ
ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।

The post ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ appeared first on Dharitri Odia News.