ରତ୍ନଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ ଓ ସୁଡ଼ଙ୍ଗ: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ପୁରୀ: ରତ୍ନଭଣ୍ଡାର ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଜିଆରପି ସର୍ଭେର ଚୁଡ଼ାନ୍ତ ରିପୋର୍ଟ ଖୁବଶୀଘ୍ର ଆସିବ। ପ୍ରାଥମିକ ଆଲୋଚନାରୁ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ। ସେ କହିଛନ୍ତି ପ୍ରାଥମିକ ଆଲୋଚନରୁ ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ କିମ୍ବା ଗୁପ୍ତ କୋଠରୀ ନଥିବା ଜଣାପଡ଼ିଛି । ତେବେ ଆମେ ଚୂଡ଼ାନ୍ତ ରିପୋର୍ଟକୁ ଅପେକ୍ଷା କରିଛୁ ବୋଲି ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ସେହିପରି […]

ପୁରୀ: ରତ୍ନଭଣ୍ଡାର ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଜିଆରପି ସର୍ଭେର ଚୁଡ଼ାନ୍ତ ରିପୋର୍ଟ ଖୁବଶୀଘ୍ର ଆସିବ। ପ୍ରାଥମିକ ଆଲୋଚନାରୁ ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ। ସେ କହିଛନ୍ତି ପ୍ରାଥମିକ ଆଲୋଚନରୁ ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ କିମ୍ବା ଗୁପ୍ତ କୋଠରୀ ନଥିବା ଜଣାପଡ଼ିଛି । ତେବେ ଆମେ ଚୂଡ଼ାନ୍ତ ରିପୋର୍ଟକୁ ଅପେକ୍ଷା କରିଛୁ ବୋଲି ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ସେହିପରି ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ଆଇନ ମନ୍ତ୍ରୀ କହିଛନ୍ତି, ନୂଆବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେ। ଏବେ କାର୍ତ୍ତିକ ମାସ ଚାଲୁଥିବାରୁ ଶ୍ରୀମନ୍ଦିରରେ ଭିଡ଼ ରହିଛି। ତେବେ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାରର ମରାମତି ହେବ। ରତ୍ନଭଣ୍ଡାର ମଧ୍ୟରେ ଫାଟ ରହିଛି। ତେବେ କାର୍ତ୍ତିକ ମାସ ପରେ ଏକ ମାସ ଧରି ରତ୍ନଭଣ୍ଡାରର କାମ କରିବ। ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି କରାଯିବ। ତେବେ ପୁରୁଣା ତାଲିକା ସହ ମ୍ୟାଚ୍ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।