ରଥ ଟଣା ଆରମ୍ଭ : ବଡ଼ଦାଣ୍ଡରେ ଗଡ଼ିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ : ବଡ଼ଦାଣ୍ଡରେ ଗଡ଼ିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ବଡ଼ଦାଣ୍ଡରେ ପ୍ରଭୁଙ୍କ ରଥକୁ ଶ୍ରଦ୍ଧାଳୁମାନେ ଶ୍ରଦ୍ଧାରେ ଟାଣିନେଉଛନ୍ତି। ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ […]

ରଥ ଟଣା ଆରମ୍ଭ : ବଡ଼ଦାଣ୍ଡରେ ଗଡ଼ିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ
The Chariot Pulling Begins: The Taldhwaj Chariot of lord balabhadra rolled on bada danda

ପୁରୀ : ବଡ଼ଦାଣ୍ଡରେ ଗଡ଼ିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ବଡ଼ଦାଣ୍ଡରେ ପ୍ରଭୁଙ୍କ ରଥକୁ ଶ୍ରଦ୍ଧାଳୁମାନେ ଶ୍ରଦ୍ଧାରେ ଟାଣିନେଉଛନ୍ତି।

ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି । ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଥିଲା । ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ଭକ୍ତମାନେ ଶ୍ରଦ୍ଧାର ସହିତ ତାଳଧ୍ବଜକୁ ଶରଧାବାଲି ଅଭିମୁଖେ ଟାଣି ନେଉଛନ୍ତି।

ତାଳଧ୍ବଜ ଗଡ଼ିବା ଆରମ୍ଭ ହୋଇଯାଇଥିବା ବେଳେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ମଧ୍ୟ ଆଗକୁ ଗଡ଼ିବା ପାଇଁ ପ୍ରସ୍ତୁତ ହୋଇଯାଇଛି। ଆଉ କିଛି ସମୟ ପରେ ଏହାକୁ ଭକ୍ତମାନେ ଟାଣିନେବେ। ଶେଷରେ କାଳିଆ ଠାକୁରଙ୍କ ରଥ ‘ନନ୍ଦିଘୋଷ’କୁ ଶରଧାବାଲି ଅଭିମୁଖେ ଟଣାଯିବ।ଏହି ରଥ ଟଣା ସମୟରେ ବିଭିନ୍ନ ମଠ, ଜାଗା, ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ତରଫରୁ ଠାକୁରମାନଙ୍କ ଉଦ୍ଦେଶ୍ୟରେ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱର କେତେକ ନିର୍ଦ୍ଦିଷ୍ଟ ସ୍ଥାନରେ ପନ୍ତି ଭୋଗ ହୋଇଥାଏ । ଏଥି ମଧ୍ୟରେ ଶ୍ରୀନଅର ଓ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ମଧ୍ୟ ଅନ୍ତର୍ଭୁକ୍ତ । ପରମ୍ପରା ଅନୁଯାୟୀ ବଡ଼ଦାଣ୍ଡରେ ଅବସ୍ଥିତ ମାଉସୀ ମା’ ମନ୍ଦିରଠାରେ ଠାକୁରମାନଙ୍କୁ ପୋଡ଼ ପିଠା ଭୋଗ ଲାଗିଥାଏ ।