ରଥଯାତ୍ରାକୁ ଆସିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ରଥଯାତ୍ରାକୁ ଆସିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ରଥଯାତ୍ରା ପାଇଁ ମୋହନ ନିମନ୍ତ୍ରଣ କରିଛନ୍ତି। ଏହା ସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରି ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।