ରଥଯାତ୍ରାରେ ଭିଡ଼ ଓ ଟ୍ରାଫିକ ପରିଚାଳନା ନେଇ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ

ପୁରୀ: ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ କରିବାକୁ... The post ରଥଯାତ୍ରାରେ ଭିଡ଼ ଓ ଟ୍ରାଫିକ ପରିଚାଳନା ନେଇ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ appeared first on .

ପୁରୀ: ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଚଳିତବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ କରିବାକୁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଭିଡ଼ ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି ।

ମେ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଜୁନ୍ ୨୨ ରେ ଦେବସ୍ନାନ ପୂର୍ଣ୍ଣିମା । ଜୁଲାଇ ୭ ରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଜୁଲାଇ ୧୫ ରେ ବାହୁଡା ଓ ୧୭ ତାରିଖରେରେ ସୁନାବେଶ । ୨୦୨୪ ରଥଯାତ୍ରା ପାଇଁ ଦିନ, ନୀତି ଧାର୍ଯ୍ଯ ହୋଇ ସାରିଥିବାବେଳେ ଏଥିପାଇଁ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି । ସବୁ ବିଭାଗ ନିଜ ନିଜ ମଧ୍ୟରେ ସମନ୍ବୟ ରକ୍ଷା କରି ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡପୋଷ୍ଟ ପ୍ରସ୍ତୁତ ରଖିବାକୁ ପୁରୀ ଜନସ୍ବାସ୍ଥ୍ୟ ବିଭାଗ ଓ ପୌର ପାଳିକାକୁ ଦିଆଯାଇଛି ପରାମର୍ଶ । ସେହିପରି ଶ୍ରୀମନ୍ଦିର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଆବଶ୍ୟକୀୟ ମରାମତି, ଡ୍ରେନ୍ ସଫେଇ କରାଯିବ । ରାଜ୍ୟରେ ନିର୍ବାଚନ ଆଚରଣବିଧି ଜାରି ରହିଥିବାରୁ ନିୟମ ଅନୁପାଳନ ପୂର୍ବକ ସମସ୍ତ କାର୍ଯ୍ଯ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।

ଭିଡ଼ ଓ ଟ୍ରାଫିକ ପରିଚାଳନା ନେଇ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି । ସହରରେ ଅପରାଧ ଓ ଅପରାଧିକ କାର୍ଯ୍ୟକଳାପକୁ ଦମନ କରିବା ପାଇଁ ଆଣ୍ଟି କ୍ରାଇମ୍ ଡ୍ରାଇଭ୍ ଚାଲୁ ରହିଛି । ପୌର ପ୍ରଶାସନ ସହ ଆଲୋଚନା କରି ସହରରେ ପାର୍କିଂ ସ୍ଥଳ ଗୁଡିକ ନିରୂପରଣ କରିବା ପାଇଁ ବୈଠକ କରାଯିବ ବୋଲି କହିଛନ୍ତି ଏସପି ।‌ ସେହିପରି ବଡ଼ଦାଣ୍ଡରେ ଥିବା ଅସୁରକ୍ଷିତ କୋଠା ଗୁଡିକୁ ଚିହ୍ନଟ କରି ରଥଯାତ୍ରା ପୂର୍ବରୁ ପୂର୍ତ୍ତ ବିଭାଗ ଦ୍ବାରା ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରଥ ନିର୍ମାଣ ନେଇ ଅସୁବିଧା ଯେପରି ନ ହୁଏ ତାହା ଉପରେ  ସ୍ବତନ୍ତ୍ର ଧ୍ୟାନ ଦିଆଯିବ ।

The post ରଥଯାତ୍ରାରେ ଭିଡ଼ ଓ ଟ୍ରାଫିକ ପରିଚାଳନା ନେଇ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ appeared first on .