ରବିବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ, ସକାଳ ସାଢେ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର ୨୬।୦୫ : ରବିବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସକାଳ ସାଢେ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ଫଳ। ଏହାର ଘଣ୍ଟାଏ ପରେ ଅର୍ଥାତ ସାଢେ ୧୧ ଟାରୁ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ରେଜଲ୍ଟ । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ । ଅପରାହ୍ଣ ୪ଟାରୁ କୃତ୍ତି ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ। ହ୍ବାର୍ଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ। ଚଳିତ ବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ଏଥର ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରେଚେକିଂ ପାଇଁ ଅବେଦନ କରାଯାଇପାରିବ। କେବଳ ଅନ୍ଲାଇନ୍ ଜରିଆରେହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ।

ରବିବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ, ସକାଳ ସାଢେ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର ୨୬।୦୫ : ରବିବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସକାଳ ସାଢେ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ଫଳ। ଏହାର ଘଣ୍ଟାଏ ପରେ ଅର୍ଥାତ ସାଢେ ୧୧ ଟାରୁ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ରେଜଲ୍ଟ । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ । 

ଅପରାହ୍ଣ ୪ଟାରୁ କୃତ୍ତି ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ। ହ୍ବାର୍ଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ। ଚଳିତ ବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ଏଥର ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରେଚେକିଂ ପାଇଁ ଅବେଦନ କରାଯାଇପାରିବ। କେବଳ ଅନ୍ଲାଇନ୍ ଜରିଆରେହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ।