ରବିବାର ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି, ସୋମବାର ଶ୍ରୀମନ୍ଦିରରେ ସୁନାବେଶ

ପୁରୀ ୨୪।୦୩ : ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ। ଅନ୍ୟପଟେ ସୋମବାର ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହେବ। ଏଥିସହ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଶ୍ରୀଦେବୀ ଦୋଳବେଦୀ କୁ ଆସି ଭକ୍ତଙ୍କ ସହ ଫଗୁ ମଧ୍ୟ ଖେଳିବେ। ତେବେ ସୁରକ୍ଷା ଦାୟିତ୍ବରେ ୨ ଜଣ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୧୧ ଜଣ ଥାନା ଅଧିକାରୀଙ୍କ ସହ ୨୦ ସେକ୍ସନ ପୋଲିସ ଫୋର୍ସ ମୁତୟନ ରହିବେ। 

ରବିବାର ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି, ସୋମବାର ଶ୍ରୀମନ୍ଦିରରେ ସୁନାବେଶ

ପୁରୀ ୨୪।୦୩ : ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଡାପୋଡି ନୀତି ଅନୁଷ୍ଠିତ ହେବ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । 

ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ, ଦେବନୀତି, ବନ୍ଦାପନା ପରେ ଭୋଗ ହେବ। ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରଯିବ। ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଥାଏ। 

ଅନ୍ୟପଟେ ସୋମବାର ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହେବ। ଏଥିସହ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଶ୍ରୀଦେବୀ ଦୋଳବେଦୀ କୁ ଆସି ଭକ୍ତଙ୍କ ସହ ଫଗୁ ମଧ୍ୟ ଖେଳିବେ। ତେବେ ସୁରକ୍ଷା ଦାୟିତ୍ବରେ ୨ ଜଣ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୧୧ ଜଣ ଥାନା ଅଧିକାରୀଙ୍କ ସହ ୨୦ ସେକ୍ସନ ପୋଲିସ ଫୋର୍ସ ମୁତୟନ ରହିବେ।