ରବିବାରଠୁ NDA ସରକାର; ଶପଥ ପୂର୍ବରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି

ନୂଆଦିଲ୍ଲୀ: ରବିବାର ଶପଥ ସମାରୋହ । ସଂଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏହା ପୂର୍ବରୁ ଆଜି ସକାଳେ ନରେନ୍ଦ୍ର ମୋଦି ରାଜଘାଟ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ୱାର ମେମୋରିଆଲରେ ପହଞ୍ଚି ମୋଦି ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ନରେନ୍ଦ୍ର ମୋଦୀ ପଣ୍ଡିତ ନେହେରୁଙ୍କ କ୍ରମାଗତ ତିନିଥର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ରେକର୍ଡ ସହ ସମାନ ହେବେ।  