ରବିବାରଠୁ ସାମାନ୍ୟ ଆଶ୍ୱସ୍ତି, ୩ ରୁ ୪ ଡିଗ୍ରୀ ଖସିପାରେ ତାପମାତ୍ରା

ଭୁବନେଶ୍ୱର ୦୭।୦୪ : ଗତ ଦୁଇ ଦିନ ଧରି ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଥିଲା । ରବିବାର ଏଥିରୁ ଆଶ୍ୱସ୍ତି ମିଳିବ । ତାତି କମିଯିବ । ତତଲା ପବନ ବି ବହିବନି । ୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।ରବିବାର ଅନୁଗୁଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କଟକରେ ଝଡ଼ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି । ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କଟକ, ଖୋର୍ଦ୍ଧା, ବୌଦ୍ଧ, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିଛି ସ୍ଥାନରେ ୪୦ରୁ ୫୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି ।୮ରେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ ଓ କଳାହାଣ୍ଡିର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି

ରବିବାରଠୁ ସାମାନ୍ୟ ଆଶ୍ୱସ୍ତି, ୩ ରୁ ୪ ଡିଗ୍ରୀ ଖସିପାରେ ତାପମାତ୍ରା

ଭୁବନେଶ୍ୱର ୦୭୦୪ : ଗତ ଦୁଇ ଦିନ ଧରି ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଥିଲା । ରବିବାର ଏଥିରୁ ଆଶ୍ୱସ୍ତି ମିଳିବ । ତାତି କମିଯିବ । ତତଲା ପବନ ବି ବହିବନି । ୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ରବିବାର ଅନୁଗୁଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କଟକରେ ଝଡ଼ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି ହୋଇଛି । ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କଟକ, ଖୋର୍ଦ୍ଧା, ବୌଦ୍ଧ, ମୟୂରଭଞ୍ଜ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିଛି ସ୍ଥାନରେ ୪୦ରୁ ୫୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହାଯାଇଛି ।

୮ରେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ ଓ କଳାହାଣ୍ଡିର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ  ବର୍ଷା ଓ ଘଡ଼ଘଡ଼ି ସହିତ ୩୦ରୁ ୪୦କିମି ବେଗରେ ପବନ ବହିପାରେ । 

୭ ତାରିଖରେ ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲାକୁ ଛାଡ଼ି ରାଜ୍ୟର ବାକି ସବୁ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ତଳେ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଭୁବନେଶ୍ୱରରେ ୩୭ ଓ କଟକରେ ୩୮ ଡିଗ୍ରୀ ରହିପାରେ । ୮ରେ ରାଜ୍ୟର ସବୁ ସ୍ଥାନରେ ତାପମାତ୍ରା ୩୯ଡିଗ୍ରୀ ତଳେ ରହିବ । ଭୁବନେଶ୍ୱର ଓ କଟକରେ ୩୬ଡିଗ୍ରୀକୁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଶନିବାର ବି ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି । ଶନିବାର ୪ ସହରରେ ତାପମାତ୍ରା ୪୩ ଡିଗ୍ରୀ ଓ ୮ ସହରରେ ୪୨ ଡିଗ୍ରୀ ଛୁଇଁଥିଲା । ତେବେ ରାଜ୍ୟର ୪ ଜିଲ୍ଲାରୁ ୮ଜଣ ଅଂଶୁଘାତର ଶିକାର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । 

ରାଜ୍ୟରେ ହେଉଥିବା ପ୍ରଚଣ୍ଡ ତାତିର ମୁକାବିଲା ପାଇଁ ମୁଖ୍ୟ ଶାସନ ସତିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ବସିଛି । ଭର୍ଚୁଆଲ ଯୋଗେ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ଏଥିରେ ଯୋଗ ଦେଇଥିଲେ । ଉନ୍ନୟନ କମିଶନର, ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ, ଶକ୍ତି ବିଭାଗ ଓ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ସମେତ ଏସ୍‌ଆରସି ଓ ଓସ୍‌ଡମାର ଅଧିକାରୀମାନେ ଏଥିରେ ଉପସ୍ଥିତ ଥିଲେ । ତାତିର ମୁକାବିଲା ପାଇଁ ସମସ୍ତେ ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।