ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର : ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଯେ, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ। ସ୍ବର୍ଗତ ରଥଙ୍କ […] The post ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ appeared first on KNews Odisha.

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
mohan majhi odisha

ଭୁବନେଶ୍ୱର : ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଯେ, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ। ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ସମବେଦନା ଜଣାଇଛନ୍ତି।

ସୂଚନା ଅନୁସାରେ ୯୧ ବର୍ଷ ବୟସରେ ରମାକାନ୍ତ ରଥଙ୍କ ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶ୍ରୀରାଧା କବିତା ସଂକଳନ ପାଇଁ ସେ ଥିଲେ ପରିଚିତ । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ ।

ଏହି ସମୟରେ ତାଙ୍କର କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ଋତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁବାଦିତ ହୋଇଥିଲା । ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ ରମାକାନ୍ତ । ବରେଣ୍ୟ କବି ରମାକାନ୍ତ ରଥଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି ।

 

ଆହୁରି ପଢ଼ନ୍ତୁ : ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ, ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ

The post ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ appeared first on KNews Odisha.