ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି […] The post ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି… appeared first on Dharitri Odia News.

ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ।

ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଆଜି ଜିଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିଥିବାବେଳେ ଆସନ୍ତାକାଲି ଏସ୍‌ପିମାନଙ୍କ ସହ ବୈଠକ କରିବେ।

The post ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି… appeared first on Dharitri Odia News.