ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା, ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର  : ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା। ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା। ୧୦ ଦିନ ଧରି ଚାଲିବ ଏହି କାର୍ଯ୍ୟକ୍ରମ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଉଛି । ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି […] The post ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା, ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା appeared first on KNews Odisha.

ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା, ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା
tiranga

ଭୁବନେଶ୍ୱର  : ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା। ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା। ୧୦ ଦିନ ଧରି ଚାଲିବ ଏହି କାର୍ଯ୍ୟକ୍ରମ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଉଛି । ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯିବ।

ଏହିକ୍ରମରେ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ତ୍ରିରଙ୍ଗା ଶୋଭାଯାତ୍ରା ବାହାରିଥିଲା। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇ ପତାକା ଉତ୍ତୋଳନ କରିଥିଲେ। ସାମିଲ ହୋଇଥିଲେ ସେନାବାହିନୀ। ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ବିଭିନ୍ନ ବିଭାଗର ମନ୍ତ୍ରୀ, ବିଜେପି ସଭାପତି ମନମୋହନ ସାମଲ, ମୁଖ୍ୟ ଶାସନ ସଚିବ , ଡିସିପି ଓ ସିପି ସାମିଲ ହୋଇଥିଲେ।

The post ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା, ଅପରେସନ ସିନ୍ଦୂରର ସଫଳତାକୁ ନେଇ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା appeared first on KNews Odisha.