ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ
ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି। ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। […] The post ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ appeared first on Dharitri Odia News.
ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି।
ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। ଏଥିରେ ବାମପନ୍ଥୀଙ୍କ ସମେତ ୮ଦଳ ସାମିଲ ହୋଇଛନ୍ତି। ‘ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ ପାଉଥିବାରୁ ଓଡ଼ିଶା ବନ୍ଦକୁ ସ୍ବତଃପ୍ରବୃତ୍ତ ସମର୍ଥନ ମିଳିବା ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡ଼ିକ ଗୁରୁବାର ଯାନବାହନ ଚଳାଚଳ, ଦୋକାନବଜାର, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି। ତେବେ ବନ୍ଦ ପାଳନ ସମୟରେ କେତେକ ସ୍ଥାନରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ। ଏହାକୁ ନେଇ ପୋଲିସ ସଜାଗ ହୋଇଉଠିଛି। ବିଶେଷକରି ଭୁବନେଶ୍ୱର, କଟକ ଟୁଇନ୍ ସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତଦନୁଯାୟୀ ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ଏଆଇ କ୍ୟାମେରା ଓ ଡ୍ରୋନ୍ ନଜର ରଖିବ। ଆଇନ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ଚେତାବନୀ ଦେଇଛନ୍ତି। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନ କଡ଼ା ସୁରକ୍ଷା ବଳୟରେ ରହିଥିବାବେଳେ ଛକ, ବଜାର, ସରକାରୀ କାର୍ଯ୍ୟାଳୟରେ ସଶସ୍ତ୍ର ପୋଲିସ ମୁତୟନ ରହିଛନ୍ତି।
The post ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ appeared first on Dharitri Odia News.