ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। କ୍ୟାବିନେଟ ନିଷ୍ପତ୍ତିନୁସାରେ, ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାର୍ଟସ ନିର୍ମାଣ କରିବେ। ଏହାର ନିର୍ମାଣ କାମ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି […] The post ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ… appeared first on Dharitri Odia News.

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି।

କ୍ୟାବିନେଟ ନିଷ୍ପତ୍ତିନୁସାରେ, ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାର୍ଟସ ନିର୍ମାଣ କରିବେ। ଏହାର ନିର୍ମାଣ କାମ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ବେସରକାରୀ ଡିଲରଙ୍କୁ ଆଉ ଦେଢ଼ ବର୍ଷର ଏକ୍ସଟେନସନ ମିଳିଛି। ଏଥିସହ ଗୋପାଳକ ଓ ଦୁଗ୍ଧଚାଷୀଙ୍କ ସ୍ବାର୍ଥ ପାଇଁ କାମଧେନୁ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ବାରା ରାଜ୍ୟର ଦୁଗ୍ଧଚାଷୀ ଉପକୃତ ହେବେ।

କାମଧେନୁ ଯୋଜନା ସହିତ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ। ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ। ଗୋସମ୍ପଦ ବୀମା ୮୫% ସରକାର ଦେବେ, ୧୫% ଚାଷୀ ଦେବେ। ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି।

The post ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ… appeared first on Dharitri Odia News.