ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ
ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍ ଶୁଭାରମ୍ଭ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ଏଥିନିମନ୍ତେ ସ୍ବତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶରେ ୧୦ଟି […] The post ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ appeared first on Dharitri Odia News.
ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍ ଶୁଭାରମ୍ଭ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ଏଥିନିମନ୍ତେ ସ୍ବତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରାଯିବ। ସେଥିରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍ ଚଳାଚଳ କରିବ। ଏହି ଟ୍ରେନ୍ଗୁଡ଼ିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାଓଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ। ରେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେଶନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଳମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ଓଡ଼ିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ୍ ଚଳାଚଳ କରୁଛି। ଆଉ ନୂତନ ୩ଟି ଟ୍ରେନ୍ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ୍ ଓଡ଼ିଶାବାସୀଙ୍କୁ ସେବା ଯୋଗାଇବ। ଚଳିତବର୍ଷ ବଜେଟରେ ଓଡ଼ିଶା ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି।
The post ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ appeared first on Dharitri Odia News.