ରାଜ୍ୟ ସରକାରଙ୍କ ଘୋଷଣା: ନୂଆଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ ।
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି । ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ । ଏହିଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।
ନୂଆଖାଇ ଏକ ସ୍ୱତନ୍ତ୍ର ପର୍ବ । ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭାବଗତର ଝଲକ ଦେଖିବାକୁ ମିଳିଥାଏ । ଓଡ଼ିଶାର ବିଶେଷ କରି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ । ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି ।
ବିଶେଷ କରି ଏହା ଏକ କୃଷିଭିତ୍ତିକ ପର୍ବ। ପଶ୍ଚିମ ଓଡ଼ିଶା ବାସୀଙ୍କର ମୁଖ୍ୟଜୀବିକା ହେଉଛି କୃଷି। କୃଷିଜାତ ଅନ୍ନର ମହତ୍ତ୍ୱକୁ ନେଇ କେଉଁ ଆବହମାନ କାଳରୁ ଏହି ନୂଆଖାଇ ପର୍ବ ପାଳିତ ହୋଇଆସୁଛି। ବର୍ଷ ପ୍ରାରମ୍ଭରେ ଉତ୍ପାଦିତ ଶସ୍ୟର ଅନ୍ନକୁ ବିଶେଷ କରି ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କ ଅର୍ପଣକରି ସେହି ପ୍ରସାଦ ନିଜେ ଗ୍ରହଣ କରିବା ସଙ୍ଗେସଙ୍ଗେ ଅନ୍ୟମାନଙ୍କୁ ପଂକ୍ତି ଭୋଜନରେ ଆପ୍ୟାୟିତ କରିବାର ଧାରା ହେଉଛି ନୂଆଖାଇ ପର୍ବ।
#ନୂଆଖାଇ_ପାଇଁ_ଛୁଟି
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।#Nuakhai #holiday #OdishaGovt #Odisha #OTV pic.twitter.com/O055Y3cTAu — ଓଟିଭି (@otvkhabar) August 29, 2024