ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି। ଭୁବନେଶ୍ବର ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୭୨୫ଜଣ, ଅର୍ଥ ବିଭାଗରେ ୨୮୦ଜଣ, ଗ୍ରାମ୍ୟ ବିକାଶରେ ୧୨୯ଜଣ ଓ ୧୬୦ଜଣ କୃତି କ୍ରୀଡାବିତଙ୍କୁ ୫ଟି ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରଦାନ କରାଯାଇଛି। ନବନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ଲୋକଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର […] The post ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି appeared first on KNews Odisha.

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି। ଭୁବନେଶ୍ବର ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୭୨୫ଜଣ, ଅର୍ଥ ବିଭାଗରେ ୨୮୦ଜଣ, ଗ୍ରାମ୍ୟ ବିକାଶରେ ୧୨୯ଜଣ ଓ ୧୬୦ଜଣ କୃତି କ୍ରୀଡାବିତଙ୍କୁ ୫ଟି ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରଦାନ କରାଯାଇଛି।
ନବନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ଲୋକଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର କଠିନ ପରିଶ୍ରମ କରୁଛନ୍ତି। ନବନିଯୁକ୍ତ କର୍ମଚାରୀମାନେ ନିଷ୍ଠା ଓ ପ୍ରତିବଦ୍ଧତାର ସହ ଲୋକଙ୍କ ସେବା ପାଇଁ କାମ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡିଥିବା ଆସନରେ ଏହି ନିଯୁକ୍ତି ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ସେ କହିଛନ୍ତି।
The post ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି appeared first on KNews Odisha.