ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୪ା୧(ଦିଲ୍ଲୀପ ସାମଲ): ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ କୁମାର ନାୟକଙ୍କ ବିରୋଧରେ ହୋଇଥିବା ଆକ୍ରୋଶମୂଳକ ମିଥ୍ୟା ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶନିବାର ଅଖିଳ ଭାରତ ରାଜ୍ୟ ସରକାରୀ କର୍ମଚାରୀ ମହାସଂଘ ଆହ୍ବାନରେ ଗଞ୍ଜାମ ଜିଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ବହୁ ସଦସ୍ୟ ଏବଂ କର୍ମକର୍ତ୍ତା ସାମିଲ ହୋଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଅତିରିକ୍ତ […] The post ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର appeared first on Dharitri Odia News.

ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୪ା୧(ଦିଲ୍ଲୀପ ସାମଲ): ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ କୁମାର ନାୟକଙ୍କ ବିରୋଧରେ ହୋଇଥିବା ଆକ୍ରୋଶମୂଳକ ମିଥ୍ୟା ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶନିବାର ଅଖିଳ ଭାରତ ରାଜ୍ୟ ସରକାରୀ କର୍ମଚାରୀ ମହାସଂଘ ଆହ୍ବାନରେ ଗଞ୍ଜାମ ଜିଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ବହୁ ସଦସ୍ୟ ଏବଂ କର୍ମକର୍ତ୍ତା ସାମିଲ ହୋଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଅତିରିକ୍ତ ଜିଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ କୁମାର ନାୟକଙ୍କୁ ତୁରନ୍ତ ୩୦ ମାସର ବକେୟା ଦରମା ଦିଆଯାଉ ଓ ତାଙ୍କ ବିରୋଧରେ ହୋଇଥିବା କପୋଳକଳ୍ପିତ ଉଦ୍ଦେଶ୍ୟ ପ୍ରଣୋଦିତ ଓ ମିଥ୍ୟା ବିଭାଗୀୟ କାର୍ଯ୍ୟାନୁଷ୍ଠାନକୁ ତୁରନ୍ତ ପ୍ରତ୍ୟାହାର କରାଯାଉ ବୋଲି ଉକ୍ତ ସ୍ମାରକପତ୍ରରେ ଦର୍ଶାଯଇଛି, ଏହି ସ୍ମାରକପତ୍ର ଏବଂ ବିକ୍ଷୋଭ ପ୍ରଦର୍ଶନ ବେଳେ ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ଗଞ୍ଜାମ ଜିଲା ଶାଖାର ସଭାପତି ପଦ୍ମଚରଣ ପାଢ଼ୀ, ଉପଦେଷ୍ଟା ପ୍ରଭାକର ପାଣିଗ୍ରାହୀ, ପ୍ରଦୀପ କୁମାର ସିଂ, ହରିମୋହନ ଶତପଥୀ, ସୀମାଞ୍ଚଳ ପଣ୍ଡା, କାଳୁଚରଣ ଗୌଡ଼ ଓ ସୁମନ କୁମାର ପାତ୍ରଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ।

The post ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର appeared first on Dharitri Odia News.