ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର

କଳାହାଣ୍ଡି, ୩୧/୦୧ (ଜଗନ୍ନାଥ ନାଏକ) : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ବୁଧବାର ଅନୁଷ୍ଠିତ ହେଇ ଯାଉଛି ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କାର୍ଯ୍ୟକ୍ରମ । ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ କ୍ଷେତ୍ରରେ ‘ବ୍ୟକ୍ତିଗତ’ଠାରୁ ନେଇ ‘ସାଂଗଠନିକ’ ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ମାଧ୍ୟମିକ ଶିକ୍ଷକ ବର୍ଗରେ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ […] The post ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର appeared first on Odisha.News.

ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର

କଳାହାଣ୍ଡି, ୩୧/୦୧ (ଜଗନ୍ନାଥ ନାଏକ) : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ବୁଧବାର ଅନୁଷ୍ଠିତ ହେଇ ଯାଉଛି ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କାର୍ଯ୍ୟକ୍ରମ । ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ କ୍ଷେତ୍ରରେ ‘ବ୍ୟକ୍ତିଗତ’ଠାରୁ ନେଇ ‘ସାଂଗଠନିକ’ ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ମାଧ୍ୟମିକ ଶିକ୍ଷକ ବର୍ଗରେ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ ଶ୍ରେଷ୍ଠ 10 ଜଣ ବିଜ୍ଞାନ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବ୍ଲକ ଶିକ୍ଷା ଅଧିକାରୀ ବର୍ଗରେ ଶ୍ରେଷ୍ଠ 10 ଟି ବ୍ଲକ ମଧ୍ୟରେ ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ତପିମଣି ଜାନୀ ଚତୁର୍ଥ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଉତ୍ସବ ରେ ସମ୍ମାନିତ ହେଇ ବ୍ଲକର ଗୌରବ ବୃଦ୍ଧି କରିଛନ୍ତି। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହୋଇଥିଲା।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ‘ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଂଗଠନ’ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାଣ୍ଡି, ଅନୁସୂଚିତ ଜନଜାତି ଓ ଜାତି ଉନ୍ମୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଯୋଗଦାନ କରି ଥିଲେ।

The post ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର appeared first on Odisha.News.