ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୧: ଆଜି ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ଆଜିଠାରୁ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହୁଏ। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର […] The post ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୫ା୧: ଆଜି ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।
ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ଆଜିଠାରୁ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହୁଏ। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତିଠାରୁ ପୁଣି ଆରମ୍ଭ ହୋଇଯାଏ।
The post ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.