ରାଜ୍ୟବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା

ଭୁବନେଶ୍ବର : ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ରଙ୍ଗର ପର୍ବ ହୋଲି ପାଇଁ ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି ଏହି ରଙ୍ଗ ଖେଳି । କିଏ କାହାକୁ ପିଚକାରୀ […]

ରାଜ୍ୟବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା
Chief Minister and opposition leaders extend Holi greetings to the people of the state

ଭୁବନେଶ୍ବର : ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ରଙ୍ଗର ପର୍ବ ହୋଲି ପାଇଁ ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି ଏହି ରଙ୍ଗ ଖେଳି । କିଏ କାହାକୁ ପିଚକାରୀ ଧରି ରଙ୍ଗ ମାରୁଛି ତ ପୁଣି କିଏ ଅବିରରେ ଖେଳୁଛନ୍ତି ହୋଲି । ପରିବାର ଓ ବନ୍ଧୁ ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ସଭିଏଁ ।


ହୋଲି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।


ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ‘ଏକ୍ସ’ରେ ନବୀନ ଲେଖିଛନ୍ତି ଆନନ୍ଦ ଓ ଉଲ୍ଲାସର ପର୍ବ ହୋଲିର ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କରୁଣା ସଭିଙ୍କ ଉପରେ ରହିଥାଉ।