ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛୁ- ପୋଲିସ ଡିଜି

ଭୁବନେଶ୍ୱର ୧୫।୦୬ : ମୁଖ୍ୟମନ୍ତ୍ରୀଙ୍କ ଗୃହ ବିଭାଗ ସମୀକ୍ଷା ବୈଠକ ଶେଷ । ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି ପୋଲିସ ଡିଜି କହିଛନ୍ତି । ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ | ସେହିପରି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପୋଲିସ ଡିଜି ସୌଜନ୍ୟ ମୂଳକ ସାକ୍ଷାତ କରିବା ବେଳେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ଏହା ସହ ଆସନ୍ତା ଜୁଲାଇରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି | ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି । ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି |  

ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛୁ- ପୋଲିସ ଡିଜି

ଭୁବନେଶ୍ୱର ୧୫।୦୬ : ମୁଖ୍ୟମନ୍ତ୍ରୀଙ୍କ ଗୃହ ବିଭାଗ ସମୀକ୍ଷା ବୈଠକ ଶେଷ । ରାଜ୍ୟରେ ପୋଲିସର ସ୍ଥିତି, ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି ପୋଲିସ ଡିଜି କହିଛନ୍ତି । ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ | 

ସେହିପରି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପୋଲିସ ଡିଜି ସୌଜନ୍ୟ ମୂଳକ ସାକ୍ଷାତ କରିବା ବେଳେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ଏହା ସହ ଆସନ୍ତା ଜୁଲାଇରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ୱପୂର୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ପୋଲିସ ଡିଜି | ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି । ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି |