ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା। ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। […] The post ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ appeared first on Dharitri Odia News.

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।

ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପ ଖ ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପା, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା। କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ। କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର୍ଯ୍ୟାୟ ର୍ନିବାଚନ ପାଇଁ ଆସନ୍ତାକାଲି ପ୍ରଥମପର୍ଯ୍ୟାୟ ଭୋଟହେବ। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୧୦୨ ସିଟ ପାଇଁ ଭୋଟିଂ ହେବ।

The post ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ appeared first on Dharitri Odia News.