ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ ମୃତ, ୨ ଗୁରୁତର
ଭୁବନେଶ୍ୱର : ବଜ୍ରପାତରେ ୩ ମୃତ । ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଗଣିଆ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସେହି ଗାଁର ଶ୍ରୀଧର ପ୍ରଧାନ ବୋଲି ଜଣାପଡ଼ିଛି । ଶ୍ରୀଧର ବିଲରୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା । ତାଙ୍କୁ ସାଙ୍ଗେ ସାଙ୍ଗେ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର […] The post ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ ମୃତ, ୨ ଗୁରୁତର appeared first on KNews Odisha.

ଭୁବନେଶ୍ୱର : ବଜ୍ରପାତରେ ୩ ମୃତ । ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ନୟାଗଡ଼ ଜିଲ୍ଲା ଗଣିଆ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସେହି ଗାଁର ଶ୍ରୀଧର ପ୍ରଧାନ ବୋଲି ଜଣାପଡ଼ିଛି । ଶ୍ରୀଧର ବିଲରୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା । ତାଙ୍କୁ ସାଙ୍ଗେ ସାଙ୍ଗେ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ସେହିପରି ବ୍ରହ୍ମପୁର ନିକଟ ଧରମପୁର ଗାଁରେ ବଜ୍ରାଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ବର୍ଷା ବେଳେ ଗୁହାଳ ନିକଟରେ ବସିଥିବା ବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ସମ୍ବଲପୁର ଯୁଜୁମୁରା ବ୍ଲକ ଅନ୍ଧାରୀ ଗାଁରେ ବଜ୍ରପାତରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ୨ଜଣ ଆହତ ହୋଇଛନ୍ତି । ବିଲରୁ ଘରକୁ ଫେରୁଥିବା ବେଳେ ବଜ୍ରପାତରେ ଲଳିତା ମାଝୀଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇ ଗୁରୁତର ମହିଳାଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
The post ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୩ ମୃତ, ୨ ଗୁରୁତର appeared first on KNews Odisha.