ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ
ଭୁବନେଶ୍ଵର: ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ୩ କେନ୍ଦ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ […]

ଭୁବନେଶ୍ଵର: ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ୩ କେନ୍ଦ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଏହି ଯୋଜନାରେ ୧ କୋଟି ୩ ଲକ୍ଷ ପରିବାରକୁ ସାମିଲ୍ କରାଯିବ । ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା । କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା କିନ୍ତୁ ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ।