ରାଜ୍ୟରେ ଆରମ୍ଭ ହେବ ନୂଆ ଯୋଜନା ‘LAVA’, ଉପକୃତ ହେବେ ଆଦିବାସୀ ମହିଳା

ଭୁବନେଶ୍ବର :ରାଜ୍ୟ ସରକାର ଆଣିଛନ୍ତି ନୂଆ ଯୋଜନା ‘LAVA’। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନୂଆ ଯୋଜନା ଫଳରେ ରାଜ୍ୟର ଆଦିବାସୀ ମହିଳା ମାନେ ଉପକୃତ ହେବେ। LAVA ଅର୍ଥାତ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାରେ ଲାଭ ନେଇପାରିବେ ମହିଳା। ମିଶନ ଶକ୍ତି, ଟିଡିସିସି ସହ ସମନ୍ଵୟରେ ଏହି ଯୋଜନା କାର୍ଯ୍ୟ […]

ରାଜ୍ୟରେ ଆରମ୍ଭ ହେବ ନୂଆ ଯୋଜନା ‘LAVA’, ଉପକୃତ ହେବେ ଆଦିବାସୀ ମହିଳା
New scheme 'LAVA' to be launched in state, tribal women will benefit

ଭୁବନେଶ୍ବର :ରାଜ୍ୟ ସରକାର ଆଣିଛନ୍ତି ନୂଆ ଯୋଜନା ‘LAVA’। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ନୂଆ ଯୋଜନା ଫଳରେ ରାଜ୍ୟର ଆଦିବାସୀ ମହିଳା ମାନେ ଉପକୃତ ହେବେ। LAVA ଅର୍ଥାତ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାରେ ଲାଭ ନେଇପାରିବେ ମହିଳା। ମିଶନ ଶକ୍ତି, ଟିଡିସିସି ସହ ସମନ୍ଵୟରେ ଏହି ଯୋଜନା କାର୍ଯ୍ୟ କରିବ।

LAVA-ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା ପାଇଁ ରାଜ୍ୟ ସରକାର ଶତ ପ୍ରତିଶତ ଫଣ୍ଡିଂ କରିବେ।  ଯୋଜନା ପାଇଁ ଶହେ କୋଟିର ବ୍ୟୟ ବରାଦ କରାଯାଇଛି। ଏଥି ସହିତ ପ୍ରଥମ ଥର ପାଇଁ ଲଘୁ ବନଜାତ ଦ୍ରବ୍ୟ ଉପରେ ରାଜ୍ୟ ସରକାର ଏମଏସପି ଧାର୍ଯ୍ୟ କରିବେ। ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ।