ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର : ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବର୍ଷା ର ସତର୍କତାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ,ଗଂଜାମ ଓ କଳାହାଣ୍ଡି ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୫୦ […] The post ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି appeared first on KNews Odisha.

ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି
kalabaisakhi

ଭୁବନେଶ୍ୱର : ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବର୍ଷା ର ସତର୍କତାକୁ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ,ଗଂଜାମ ଓ କଳାହାଣ୍ଡି ସେହିପରି ୬ ଜିଲ୍ଲାକୁ ଅରେଞ୍ଜ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୫୦ ରୁ ୬୦ କିମି ଝଡ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,ନୟାଗଡ, ଖୋର୍ଦ୍ଧା, ପୁରୀ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର ,ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ ଓ ବାଲେଶ୍ୱର ଏହି ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଡ ପବନ ବହିବାର ସମ୍ଭାବନା ରହିଛି।ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଦେଇଛି ବିଭାଗ ।

ଉପକୂଳବର୍ତ୍ତୀ ଜିଲ୍ଲା ଯେପରିକି ମୟୁରଭଞ୍ଜ ,କେନ୍ଦୁଝର, ମାଲକାନଗିରି ସୁନ୍ଦରଗଡ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ର ସତର୍କତା କୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଦେଇଛି ବିଭାଗ । ଏହି ସବୁ ଜିଲ୍ଲାରେ ୩୦ ରୁ ୪୦ କିମି ଝଡ ପବନର ସତର୍କତା ରହିଛି । ସେହିପରି ୧୩ ତାରିଖରେ ମଧ୍ୟ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର କୁ ବର୍ଷା ସମ୍ଭାବନା।

ସୁନ୍ଦରଗଡ, କେନ୍ଦୁଝର ମୟୁରଭଞ୍ଜ ବାଲେଶ୍ୱର, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର ,ଭଦ୍ରକ ଓ ପୁରୀ କୁ ୟେଲୋ ବର୍ଣ୍ଣିଙ୍ଗ ଜାରିକରିଛି ବିଭାଗ ।୧୪ ବର୍ଷାର ପରିମାଣ ବଢିବା ସହ ୧୭ ଯାଏ ବର୍ଷା ଜାରି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି। ସେପଟେ ୪ ରୁ ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତନ ହେବାର ନାହିଁ। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ମୟୁରଭଞ୍ଜ କରଞ୍ଜିଆ ରେ ୬୮.00 ମିମି ସର୍ବାଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀର ରେ ୪୦.8 ଡିଗ୍ରୀ ରେକର୍ଡ କାରାଯାଇଛି।

The post ରାଜ୍ୟରେ ଆହୁରି ୭ ଦିନ ଯାଏ କାଳବୈଶାଖୀ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ ଜାରି appeared first on KNews Odisha.