ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨ ରୁ ୩ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୩।୪: ରାଜ୍ୟରେ ଆସନ୍ତା କିଛିଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୬ ତାରିଖ ସୁଦ୍ଧା ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ଏବଂ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ଅନୁମାନ କରାଯାଇଛି । ବୁଧବାର ୪୦ ଡିଗ୍ରୀ ଉପରେ ରାଜ୍ୟର ୧୦ ସହର ତାପମାତ୍ରା ରେକର୍ଡ କରାଯାଇଛି। ୪୧.୮ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ […] The post ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨ ରୁ ୩ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା appeared first on Dharitri Odia News.

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨ ରୁ ୩ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୩।୪: ରାଜ୍ୟରେ ଆସନ୍ତା କିଛିଦିନ ଧରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୬ ତାରିଖ ସୁଦ୍ଧା ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ଏବଂ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ଅନୁମାନ କରାଯାଇଛି ।

ବୁଧବାର ୪୦ ଡିଗ୍ରୀ ଉପରେ ରାଜ୍ୟର ୧୦ ସହର ତାପମାତ୍ରା ରେକର୍ଡ କରାଯାଇଛି। ୪୧.୮ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏହା ପଛକୁ ମାଲକାନଗିରି ୪୧.୬, ଟିଟିଲାଗଡ଼, ବଲାଙ୍ଗିର ୪୧.୫ ଡିଗ୍ରୀ, ଅନୁଗୁଳ ୪୧.୩, ଭବାନୀପାଟଣା ୪୧, ଝାରସୁଗୁଡ଼ା ୪୦.୮ ଡିଗ୍ରୀ, ନୟାଗଡ଼ ୪୦.୬, ସମ୍ବଲପୁର ଏବଂ ତାଳଚେର ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ,ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ତାପମାତ୍ରା ବଢ଼ିବା ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲିଠାରୁ ୧୦ଟି ଜିଲ୍ଲାରେ ଅଧିକ ଗରମ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଅନୁଭୂତ ହେବ ।

The post ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨ ରୁ ୩ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା appeared first on Dharitri Odia News.