ରାଜ୍ୟରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା;୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ଆଜି ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। 

ରାଜ୍ୟରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା;୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପ୍ରବଳ ବର୍ଷା ନେଇ ଆଜି ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଗଂଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। 

ସେହିପରି ଢେଙ୍କାନାଳ, ଯାଜପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ଟ୍ବିନ୍ ସିଟି କଟକ ଭୁବନେଶ୍ବରରେ ମଧ୍ୟ ସକାଳୁ ସକାଳୁ ବର୍ଷା ଲାଗି ରହିଛି।

କେଉଁଠି କଂକ୍ରିଟ୍ ରାସ୍ତା ଦବିଛି ତ କେଉଁଠି ଧୋଇଯାଇଛି । ଠପ୍ ହୋଇଯାଇଛି ଯାତାୟତ । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା । ମୂଷଳଧାରାରେ ଢାଳି ଚାଲିଛି । ଗତକାଲି ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ବି ଜମିଥିଲା ପାଣି । ପାଣିପାଗ ବିଭାଗ କହିଛି, ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ । ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ, ସବୁଠି ବର୍ଷୁଛି । ଗତକାଲିଠୁ ମୂଷଳ ଧାରାରେ ଲାଗି ରହିଛି ବର୍ଷା ।

ଏପଟେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ହୀରାକୁଦ ଡ୍ୟାମ୍। ଜଳସ୍ତର ୬୩୦ ଫୁଟ୍ ଥିବା ବେଳେ ହୀରାକୁଦର ୪ଟି ଗେଟ୍ ଖୋଲା ରହିଛି। ୪ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ।