ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୯ା୨: ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ବାୟୁ ଚଳାଚଳରେ ଅସଙ୍ଗତି ସହ ପଶ୍ଚିମା ଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ […] The post ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା appeared first on Dharitri Odia News.
ଭୁବନେଶ୍ୱର,୯ା୨: ରାଜ୍ୟର ପାଣିପାଗ ପୁଣି ପରିବର୍ତ୍ତନ ହୋଇଛି। ଦୁଇଦିନର ପ୍ରବଳ ତାତି ପରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘାଚ୍ଛନ୍ନ ରହିବା ସହିତ କିଛିକିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।
ବାୟୁ ଚଳାଚଳରେ ଅସଙ୍ଗତି ସହ ପଶ୍ଚିମା ଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ କନ୍ଧମାଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୬ ଜିଲାରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୨ ତାରିଖରେ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼ ସମେତ ୧୧ ଜିଲାରେ ବର୍ଷା ହୋଇପାରେ। ବର୍ଷା ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ କହିଛି। ଏହା ପରେ ରାଜ୍ୟରେ ପୁଣି ତାତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
The post ରାଜ୍ୟରେ ଚାଲିଛି ଖରା-ଛାଇର ଖେଳ, ୧୬ ଜିଲାକୁ ସତର୍କ ସୂଚନା appeared first on Dharitri Odia News.