ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଜିଲ୍ଲାରେ ବଦଳିଲା ସ୍କୁଲ ସମୟ
ଜଗତସିଂହପୁର ୦୮/୦୪: ରାଜ୍ୟରେ ଜାରି ରହିଥି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ଆଲର୍ଟରେ ପ୍ରଶାସନ । ବିଶେଷକରି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏମିତିକି ସବୁ ସ୍କୁଲର ସମୟ ପରିବର୍ତ୍ତନ କରିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ଚଳିତବର୍ଷ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଗୁଡିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି । ଏଥିପାଇଁ ଜଗତସିଂହପୁର ଜିଲ୍ଳାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବ ନିର୍ଘଣ୍ଟ ସକାଳ ୭ଟାରୁ ୧୧.୩୦ ପରିବର୍ତ୍ତେ ବିଦ୍ୟାଳୟ ଗୁଡିକରେ ପାଠପଢା ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ । ଏ ନେଇ ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ଜିଲ୍ଲାର ସମସ୍ତ ସରକାରୀ ତଥା ବେସରକାରୀ ବିଦ୍ୟାଳୟ ଗୁଡିକରେ ଆସନ୍ତା ୯ ତାରିଖରୁ ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ଶିକ୍ଷାଦାନ ସମୟ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଜଗତସିଂହପୁର ୦୮/୦୪: ରାଜ୍ୟରେ ଜାରି ରହିଥି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ଆଲର୍ଟରେ ପ୍ରଶାସନ । ବିଶେଷକରି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏମିତିକି ସବୁ ସ୍କୁଲର ସମୟ ପରିବର୍ତ୍ତନ କରିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି ।
ଚଳିତବର୍ଷ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାଳୟ ଗୁଡିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି । ଏଥିପାଇଁ ଜଗତସିଂହପୁର ଜିଲ୍ଳାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବ ନିର୍ଘଣ୍ଟ ସକାଳ ୭ଟାରୁ ୧୧.୩୦ ପରିବର୍ତ୍ତେ ବିଦ୍ୟାଳୟ ଗୁଡିକରେ ପାଠପଢା ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ ।
ଏ ନେଇ ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ଜିଲ୍ଲାର ସମସ୍ତ ସରକାରୀ ତଥା ବେସରକାରୀ ବିଦ୍ୟାଳୟ ଗୁଡିକରେ ଆସନ୍ତା ୯ ତାରିଖରୁ ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ଶିକ୍ଷାଦାନ ସମୟ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।