ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ

ଭୁବନେଶ୍ୱର,୧୩ା୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ମେ’ ମାସ ୧୩ ତାରିଖରୁ ଆରମ୍ଭ ହୋଇ ଜୁନ୍‌‌ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଚଳିତମାସ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଭାରତୀୟ ନିର୍ବାଚନ କମିଶନ୍‌‌ଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତମାସ ୨୫ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶେଷ ହେବ ଏବଂ ୨୯ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ଧାର୍ଯ୍ୟ […] The post ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ appeared first on Dharitri Odia News.

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ

ଭୁବନେଶ୍ୱର,୧୩ା୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ମେ’ ମାସ ୧୩ ତାରିଖରୁ ଆରମ୍ଭ ହୋଇ ଜୁନ୍‌‌ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଚଳିତମାସ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ
ବୋଲି ଭାରତୀୟ ନିର୍ବାଚନ କମିଶନ୍‌‌ଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଚଳିତମାସ ୨୫ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶେଷ ହେବ ଏବଂ ୨୯ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ଧାର୍ଯ୍ୟ କରାଯାଇଛି। ଏପ୍ରିଲ ୨୬ ତାରିଖରେ ପ୍ରାର୍ଥୀପତ୍ରଗୁଡ଼ିକୁ ଯାଞ୍ଚ କରାଯିବ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ୪ଟି ସଂସଦୀୟ କ୍ଷେତ୍ର ସମେତ ୨୮ଟି ବିଧାନସଭା ଆସନରେ ମତଦାନ ହେବ।

The post ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ appeared first on Dharitri Odia News.