ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ
ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପକ୍ଷରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଅନୁଯାୟୀ, […] The post ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ appeared first on Dharitri Odia News.
ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।
ଅନ୍ୟପକ୍ଷରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିର୍ଦ୍ଦେଶନାମା ଅନୁଯାୟୀ, ବଲାଙ୍ଗୀର ଜିଲାରେ ସକାଳୁଆ ସ୍କୁଲ ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଜିଲାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ସାଢେ ୬ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।
The post ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ appeared first on Dharitri Odia News.