ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ଗଜପତି ଜିଲାର ପାରଳାଖେମୁଣ୍ଡିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୮ଡିଗ୍ରୀ ରେକର୍ଡ […] The post ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ appeared first on Dharitri Odia News.

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ଗଜପତି ଜିଲାର ପାରଳାଖେମୁଣ୍ଡିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୮ଡିଗ୍ରୀ ରେକର୍ଡ କରାଯିବା ସହ ରାଜ୍ୟର ଉତ୍ତପ୍ତ ସହର ରହିଥିଲା। ସେହିପରି ବୌଦ୍ଧ ୩୯.୫, ନୟାଗଡ଼ ୩୯.୨, ଟିଟିଲାଗଡ଼ ୩୯.୨, ଭବାନିପାଟଣା ୩୯, ଫୁଲବାଣୀ ୩୮.୯, ବଲାଙ୍ଗୀର ୩୮.୯, ତାଳଚେର ୩୮.୬, ରାୟଗଡ଼ା ୩୮.୬, କଟକ ୩୮.୪, ଝାରସୁଗୁଡ଼ା ୩୮.୩, ମାଲକାନଗିରି ୩୮.୨, ଚାନ୍ଦବାଲି ୩୮.୨, ଅନୁଗୋଳରେ ୩୮.୧ଡିଗ୍ରୀ ତାପମାତ୍ରା ରହିଥିଲା। ସମ୍ବଲପୁରରେ ୩୮, ହୀରାକୁଦ ୩୮ ଏବଂ ଭୁବନେଶ୍ୱରରେ ୩୭.୩ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେପଟେ ଆସନ୍ତା ଚାରିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏଥିସହିତ ଆଗାମୀ ତିନିଦିନ କିଛି ଜିଲାକୁ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଯାଜପୁର, ଝାରସୁଗୁଡ଼ା ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଯାଜପୁରରେ ବର୍ଷା ସହିତ କାଳବୈଶାଖୀ ହେବାର ଆଶଙ୍କା ଥିବାବେଳେ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

The post ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ appeared first on Dharitri Odia News.