ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା […] The post ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା appeared first on Dharitri Odia News.

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଗତକାଲି କାଳବୈଶାଖୀର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି । ଗତକାଲି ଅପରାହ୍ଣ ସୁଦ୍ଧା କଟକରେ ସର୍ବାଧିକ ୨୩ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

The post ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା appeared first on Dharitri Odia News.