ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ। ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସୁରକ୍ଷା ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ଉପଲବ୍ଧତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସରକାର […] The post ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ appeared first on Dharitri Odia News.

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।

ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସୁରକ୍ଷା ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ଉପଲବ୍ଧତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସରକାର ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟବୀମା ପ୍ରଦାନ କରିବେ ବୋଲି ରାଜ୍ୟପାଳ କହିଛନ୍ତି । ଏପରିକି ଗର୍ଭବତୀଙ୍କୁ ପୁଷ୍ଟିକର ଆବଶ୍ୟକତା ପୂରଣ ପାଇଁ ଆର୍ଥିକ ସହାୟତା ମିଳିବ।

ଅନ୍ୟପକ୍ଷେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବ । ଏଥିସହ ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର କୁହାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି । ଏହାସହ ୨୦୩୦ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ସେ କହିଛନ୍ତି ।

ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ସରକାରର ପ୍ରାଥମିକତା ଅଟେ। ଯେଉଁ ପ୍ରତିଶ୍ରୁତି ସବୁ ଦିଆଯାଇଛି ତାହା ପୂରଣ କରାଯିବ। ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି।

ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ କରିବା ଆମ ଲକ୍ଷ୍ୟ। କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କୁ ଗୁରୁତ୍ତ୍ୱ ଦିଆଯିବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି। ଅନ୍ୟପଟେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବ । ଏଥିସହ ଉପକେନ୍ଦ୍ର ଓ ପ୍ରାଥମିକ ସୱାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର କୁହାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି ।ଏହାସହ ୨୦୩୦ ସୁଦ୍ଧା ଓଡିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ସେ କହିଛନ୍ତି।

The post ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ appeared first on Dharitri Odia News.