ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, BSKY ଏବେ 'ଗୋପବନ୍ଧୁ ଜନ ଆରୋଗ୍ୟ'
ଭୁବନେଶ୍ୱର: ରାଜ୍ୟ ବଜେଟ୍ ୨୦୨୪-୨୫ ଗୁରୁବାର ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ରେ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(PM-JAY) ଓ ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନ ମାଧ୍ୟମରେ ଯୋଗ୍ୟ ପରିବାରଙ୍କୁ ସରକାରୀ ଏବଂ ବେସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ କ୍ୟାସଲେସ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କେନ୍ଦ୍ର ସରକାର ୬୦ ପ୍ରତିଶତ ପାଣ୍ଠି ପ୍ରଦାନ କରିବେ। ରାଜ୍ୟ ତଥା ରାଜ୍ୟ ବାହାପେ ରହୁଥିବା ଲୋକମାନେ ଦେଶର ସମସ୍ତ ରାଜ୍ୟର ୨୭ ହଜାରରୁ ତାଲିକାଭୁକ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାରେ କ୍ୟାସଲେସ ଚିକିତ୍ସା ସୁବିଧା ପାଇପାରିବେ। ଏହି ବଜେଟ୍ରେ ଆୟୁଷ୍ମାନ ଭାରତ- ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ୫ ଶହ କୋଟି ଟଙ୍କା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ରାଇଁ ୩ ହଜାର ୫୬ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି। ।
ଭୁବନେଶ୍ୱର: ରାଜ୍ୟ ବଜେଟ୍ ୨୦୨୪-୨୫ ଗୁରୁବାର ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ରେ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(PM-JAY) ଓ ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନ ମାଧ୍ୟମରେ ଯୋଗ୍ୟ ପରିବାରଙ୍କୁ ସରକାରୀ ଏବଂ ବେସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ କ୍ୟାସଲେସ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କେନ୍ଦ୍ର ସରକାର ୬୦ ପ୍ରତିଶତ ପାଣ୍ଠି ପ୍ରଦାନ କରିବେ। ରାଜ୍ୟ ତଥା ରାଜ୍ୟ ବାହାପେ ରହୁଥିବା ଲୋକମାନେ ଦେଶର ସମସ୍ତ ରାଜ୍ୟର ୨୭ ହଜାରରୁ ତାଲିକାଭୁକ୍ତ ସରକାରୀ ଓ ବେସରକାରୀ ଡାକ୍ତରଖାନାରେ କ୍ୟାସଲେସ ଚିକିତ୍ସା ସୁବିଧା ପାଇପାରିବେ।
ଏହି ବଜେଟ୍ରେ ଆୟୁଷ୍ମାନ ଭାରତ- ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ୫ ଶହ କୋଟି ଟଙ୍କା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ରାଇଁ ୩ ହଜାର ୫୬ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି। ।