ରାଜ୍ୟରେ ସକାଳୁ ସକାଳୁ ପ୍ରବଳ ବର୍ଷା: ଘୁର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ
ଭୁବନେଶ୍ୱର,୩୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ବର୍ଷା ଜାରି ରହିଛି। ବୁଧବାର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ, ଯାହା ଆଗକୁ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ଆକଳନ ହୋଇଛି। ଅନ୍ୟପକ୍ଷେ ପ୍ରବଳ ବର୍ଷା ନେଇ ୫ […] The post ରାଜ୍ୟରେ ସକାଳୁ ସକାଳୁ ପ୍ରବଳ ବର୍ଷା: ଘୁର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ appeared first on Dharitri Odia News.
ଭୁବନେଶ୍ୱର,୩୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ବର୍ଷା ଜାରି ରହିଛି। ବୁଧବାର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ, ଯାହା ଆଗକୁ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ଆକଳନ ହୋଇଛି।
ଅନ୍ୟପକ୍ଷେ ପ୍ରବଳ ବର୍ଷା ନେଇ ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସଆର୍ସି ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପଟେ, ହୀରାକୁଦ ଡ୍ୟାମର ୨୦ଟି ଗେଟ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଛନକା ପଶିଗଲାଣି।
ଆଜି ହୀରାକୁଦ ଡ୍ୟାମର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ୍ୟାମ ମଧ୍ୟକୁ ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି ।
The post ରାଜ୍ୟରେ ସକାଳୁ ସକାଳୁ ପ୍ରବଳ ବର୍ଷା: ଘୁର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ appeared first on Dharitri Odia News.