ରାଜ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବ, ପ୍ରବଳରୁ ଅତିପ୍ରବଳ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରଖିଛି ଲଘୁଚାପ ପ୍ରଭାବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା- ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଅଞ୍ଚଳରେ ଲଘୁଚାପର ଅବସ୍ଥିତି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଲଘୁଚାପ ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି […] The post ରାଜ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବ, ପ୍ରବଳରୁ ଅତିପ୍ରବଳ ବର୍ଷା appeared first on KNews Odisha.

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରଖିଛି ଲଘୁଚାପ ପ୍ରଭାବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା- ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଅଞ୍ଚଳରେ ଲଘୁଚାପର ଅବସ୍ଥିତି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।
ଲଘୁଚାପ ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ସକାଳ ୮ଟା ପର୍ଯ୍ୟନ୍ତ ୨ ଜିଲ୍ଲା ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ସେହିପରି ଆସନ୍ତାକାଲି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
The post ରାଜ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବ, ପ୍ରବଳରୁ ଅତିପ୍ରବଳ ବର୍ଷା appeared first on KNews Odisha.