ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆସନ୍ତା ୨୦ରେ ଭୋଟ

ନୂଆଦିଲ୍ଲୀ ୦୩/୧୨: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି । ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। 

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆସନ୍ତା ୨୦ରେ ଭୋଟ

ନୂଆଦିଲ୍ଲୀ ୦୩/୧୨: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। 

ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି । ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।