ରାଜ୍ୟସଭା ଉପନିର୍ବାଚନ, ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ମମତାଙ୍କ ବିରୋଧରେ ଅନ୍ୟ କୌଣସି ପ୍ରାର୍ଥୀ ନଥିବାରୁ ଏହି ନିର୍ବାଚନରେ ସେ ନିର୍ବିରୋଧରେ ବିଜୟୀ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପିରୁ ମମତା ମହାନ୍ତ ଏବଂ ବିଜେପି ନେତା ଜଗନ୍ନାଥ ପ୍ରଧାନ ନାମାଙ୍କନ ଦାଖଲ କରିଥିଲେ । ଉଭୟଙ୍କ ପ୍ରାର୍ଥୀ ମଧ୍ୟ କାଏମ ରହିଥିଲା । ତେବେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ଜଗନ୍ନାଥ ପ୍ରଧାନ ନିଜ ପ୍ରାର୍ଥୀପତ୍ର ଫେରାଇ ନେଇଥିଲେ । ନିର୍ବାଚନରେ ପ୍ରତିଦ୍ୱନ୍ଦୀ ନଥିବା କାରଣରୁ ମମତାଙ୍କୁ ବିଜୟୀ ଘୋଷଣା କରାଯାଇଛି । ବିଧାନସଭାରୁ ସେ ବିଜୟୀ ସାର୍ଟିଫେକଟ୍ ଗ୍ରହଣ କରିଛନ୍ତି ।ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୩୧ରେ ମମତା ରାଜ୍ୟସଭା ସଦସ୍ୟ ପଦ ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ । ବିଜେଡି ଛାଡ଼ିବାର ଦିନକ ପରେ ନୂଆଦିଲ୍ଲୀରେ ବିଜେପିରେ ସାମିଲ ହୋଇଥିଲେ ମମତା ମହାନ୍ତ । ଦିଲ୍ଲୀ ସ୍ଥିତି ପାର୍ଟି ମୁଖ୍ୟାଳୟରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂହ ତୋମାର ଏବଂ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ସାଂସଦ ଅରୁଣ ସିଂହ ତାଙ୍କୁ ଦଳର ସଦସ୍ୟତା ଦେଇଥିଲେ । ଏହା ପରେ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଥିଲା ।ମମତା ମହାନ୍ତ ବିଜେଡିରେ ଥାଇ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨
ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ମମତାଙ୍କ ବିରୋଧରେ ଅନ୍ୟ କୌଣସି ପ୍ରାର୍ଥୀ ନଥିବାରୁ ଏହି ନିର୍ବାଚନରେ ସେ ନିର୍ବିରୋଧରେ ବିଜୟୀ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପିରୁ ମମତା ମହାନ୍ତ ଏବଂ ବିଜେପି ନେତା ଜଗନ୍ନାଥ ପ୍ରଧାନ ନାମାଙ୍କନ ଦାଖଲ କରିଥିଲେ । ଉଭୟଙ୍କ ପ୍ରାର୍ଥୀ ମଧ୍ୟ କାଏମ ରହିଥିଲା । ତେବେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ଜଗନ୍ନାଥ ପ୍ରଧାନ ନିଜ ପ୍ରାର୍ଥୀପତ୍ର ଫେରାଇ ନେଇଥିଲେ । ନିର୍ବାଚନରେ ପ୍ରତିଦ୍ୱନ୍ଦୀ ନଥିବା କାରଣରୁ ମମତାଙ୍କୁ ବିଜୟୀ ଘୋଷଣା କରାଯାଇଛି । ବିଧାନସଭାରୁ ସେ ବିଜୟୀ ସାର୍ଟିଫେକଟ୍ ଗ୍ରହଣ କରିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୩୧ରେ ମମତା ରାଜ୍ୟସଭା ସଦସ୍ୟ ପଦ ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ । ବିଜେଡି ଛାଡ଼ିବାର ଦିନକ ପରେ ନୂଆଦିଲ୍ଲୀରେ ବିଜେପିରେ ସାମିଲ ହୋଇଥିଲେ ମମତା ମହାନ୍ତ । ଦିଲ୍ଲୀ ସ୍ଥିତି ପାର୍ଟି ମୁଖ୍ୟାଳୟରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂହ ତୋମାର ଏବଂ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ସାଂସଦ ଅରୁଣ ସିଂହ ତାଙ୍କୁ ଦଳର ସଦସ୍ୟତା ଦେଇଥିଲେ । ଏହା ପରେ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଥିଲା ।
ମମତା ମହାନ୍ତ ବିଜେଡିରେ ଥାଇ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୬ରେ ତାଙ୍କର କାର୍ଯ୍ୟକାଳ ସରିଥାନ୍ତା । ତେବେ କାର୍ଯ୍ୟକାଳ ଶେଷ ହେବାର ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଥିଲେ । ମମତାଙ୍କ ଇସ୍ତଫା ପରେ ବିଜେଡିର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ୮କୁ ହ୍ରାସ ପାଇଛି ।